ଆସୁଛି ଆଉ ଏକ ଲଘୁଚାପ : ୯ତାରିଖ ବେଳକୁ ଘୂର୍ଣ୍ଣି ବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ପୁଣି ଭିଜିବ ଓଡିଶା । ଭୁବନେଶ୍ବର ପାଣିପାଗ ଏନେଇ କେନ୍ଦ୍ରପୂର୍ବାନୁମାନ କରିଛି । ୯ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ।
ସେହିପରି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ବିଜୁଳି ହେବା ନେଇ ପୁର୍ବାନୁମାନ କରାଯାଇଛି।
