ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ

ପୁରୀ : ପବିତ୍ର ଉତ୍କଳ ଦିବସ ଅବସରରେ ପୁରୀ ଜିଲ୍ଲା ପ୍ରଶାସନ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ, ପୌର ପରିଷଦ ପକ୍ଷରୁ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା। ସିଂହଦ୍ଵାର ସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ବରିଷ୍ଠ ପତ୍ରକାର ଜଗନ୍ନାଥ ବସ୍ତିଆ,ସାମାଜିକ ଅନୁଷ୍ଠାନ ସମ୍ପର୍କର ସମ୍ପାଦକ ସୌମେନ୍ଦ୍ର ଦାସ ପ୍ରମୁଖ ଯୋଗ ଦେଇ ମାଲ୍ୟାର୍ପଣ କରିଥିଲେ। ସେହିପରି ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ପୁରୀ ପୌରାଞ୍ଚଳ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା। ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଦେଶାତ୍ମବୋଧକ ସଂଗୀତ ପ୍ରଚାର କରାଯାଇଥିଲା।

Share the News .....

Leave a Reply

Your email address will not be published. Required fields are marked *