ପୁରୀ ଜିଲ୍ଲା କଂଗ୍ରେସ କମିଟି ତରଫରୁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ପୁରୀ : ପୁରୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ପୁରୀ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଶନିବାରଦିନ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀକୁ ପୂର୍ବତନ ମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ଶ୍ରୀଯୁକ୍ତ ଜଗନ୍ନାଥ ପଟ୍ଟନାୟକ ସମ୍ବୋଧିତ କରିଥିଲେ। ବିଶେଷତଃ ତିନୋଟି ବିଷୟ ଉପରେ ସେ ଆଲୋକପାତ କରିଥିଲେ, ପ୍ରଥମତଃ ସେ ମହାତ୍ମାଗାନ୍ଧୀ ଗ୍ରାମିଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ର ନାମ ଏବଂ ସଂପୂର୍ଣ୍ଣ ରୂପରେଖ ପରିବର୍ତ୍ତନ କୁ ନିନ୍ଦା କରିଥିଲେ । ସେ କହିଥିଲେ ସ୍ପଷ୍ଟ ଦିବାଲୋକରେ ମନରେଗା ଆଇନ ର ହତ୍ୟା ସେ ଆହୁରି ମଧ୍ୟ କହିଥିଲେ ଭିବି-ଜୀ-ରାମଜୀ ଆଇନ ହେଉଛି କୋଟି କୋଟି ଶ୍ରମିକଙ୍କ ଅଧିକାର ଉପରେ ଡକାୟତି, ମେହନତି ଲୋକଙ୍କର ପେଟରେ ଲାତ ଏବଂ ଗରିବ ମାନଙ୍କର କାମ ମାଗିବାର ଅଧିକାରକୁ ଛଡ଼ାଇନିଆଯାଇଛି, ଏସ.ସି.ଏସ.ଟି ଓବିଶି ସମାଜର ମନରେଗା ଶ୍ରମିକମାନଙ୍କୁ ସାମାଜିକ ନ୍ୟାୟରୁ ବଞ୍ଚିତ କରିବାର ଚକ୍ରାନ୍ତ । ଏହା ନାଥୁରାମ ଗୋଡସେଙ୍କ ଅନୁଗାମୀ ମାନଙ୍କ ଦ୍ଵାରା ଗାନ୍ଧୀଙ୍କ ଗ୍ରାମୀଣ ଭାରତ ଦର୍ଶନକୁ ଧ୍ବଂସ କରିବାର ଏକ ଷଡ଼ଯନ୍ତ୍ର । ଯାହାକି ଶ୍ରମିକ ଏବଂ କୃଷକମାନଙ୍କ ମଧ୍ୟରେ ବିବେଧତା ସୃଷ୍ଟି କରୁଛି ।
ଏହାଛଡା ଟାଟା ପାଓ୍ବାରର ନିୟମିତ ଜୁଲମ ବିରୁଦ୍ଧରେ ଆଲୋକପାତ କରିଥିଲେ ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ବିଦ୍ୟୁତ ଉପଭୋକ୍ତାଙ୍କୁ ବିଭିନ୍ନ ରିହାତି ସଂପର୍କରେ ଏକ ତୁଳନାତ୍ମକ ବିବରଣୀ ପ୍ରକାଶ କରିଥିଲେ । ତାହା ସହିତ ରାଜ୍ୟସରକାରଙ୍କ ଟାଟା ପାଓ୍ୱାର ସହିତ ଥିବା ମଧୁ ଚନ୍ଦ୍ରିକା ବିଷୟରେ ବର୍ଣ୍ଣନା କରିଥିଲେ ଏବଂ ରାଜ୍ୟ ସରକାରଙ୍କ ନିକଟରେ ୩୦୦ ୟୃନିଟ ମାଗଣା ବିଦ୍ୟୁତ ଯୋଗାଣ ଓ ଟାଟା ପାଓ୍ବାରର ଅତିରିକ୍ତ ସିକ୍ୟୃରିଟି ଡିପୋଜିଟ୍ ପ୍ରତ୍ୟାହାର କରିବା ନିମନ୍ତେ ଦାବି ରଖିଥିଲେ । ଶେଷରେ ଧାନ ମଣ୍ଡି ଗୁଡିକ ଉପରେ ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଇଂ ରାଜେଶ କୁମାର ମିଶ୍ର ସଭାପତିତ୍ୱ କରିଥିଲେ । ଏହି ସଭାରେ ବିଶ୍ୱକେସନ ହରିଚନ୍ଦନ ମହାପାତ୍ର, , ବିଶ୍ଵନାଥ ଦାଶ, ବିଦ୍ୟୁତଲତା ଆଚାର୍ଯ୍ୟ, ସୁକାନ୍ତ କୁମାର ପ୍ରଧାନ, ସ୍ୱାଧୀନ କୁମାର ପଣ୍ଡା, ନିର୍ମଳ ସାମନ୍ତରାୟ, କାଳୀ ପ୍ରସାଦ ନାୟକ, ଆଶୁତୋଷ ମିଶ୍ର, ଦୁର୍ଗାପ୍ରସାଦ ସାମନ୍ତରାୟ, ଉମାକାନ୍ତ ବେହେରା, ଅମିୟ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ I
