ରାଷ୍ଟ୍ରୀୟ ଏକତା ଦିବସର ଶପଥପାଠ କରାଇଲେ ଜିଲ୍ଲାପାଳ

ପୁରୀ : ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଅବସରରେ ଆଜି ପୁରୀ ଜିଲ୍ଲାପ୍ରଶାସନ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସର ଶପଥ ପାଠ କରାଯାଇଥିଲା। ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଲୌହ ମାନବଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ ସହ ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କୁ ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବାପାଇଁ ନିଜକୁ ସମର୍ପିତ କରିବା ନିମିତ୍ତ ଶପଥ ପାଠ କରାଇଥିଲେ। ଏହି ଶପଥ ପାଠରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଡ.ଶରତ ଚନ୍ଦ୍ର ମହାପାତ୍ର, ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା, ଆଦ୍ୟାଶା ରଥ, ପ୍ରିୟଦର୍ଶିନୀ ମଲ୍ଲିକ, ଅନୁସ୍ରବ ଗନ୍ତାୟତ, ସହଦେଵ ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ , ଅନ୍ୟାନ୍ୟ ଅଧିକାରୀ, ଆବାସିକ କାର୍ଯ୍ୟାଳୟର ଅଧିକାରୀ, କର୍ମଚାରୀ ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ।
