ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପୁରୀ : ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ମଙ୍ଗଳବାର କଣାସ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୬୬ ଗୋଟି ଅଭିଯୋଗ ମିଳିଥିଲା। ତତକ୍ଷଣାତ ୬ ଗୋଟି ଅଭିଯୋଗର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା। ଏହି ଶୁଣାଣୀ ରେ ଏସ ପି ପ୍ରତୀକ ସିଂ, ଆଇପିଏସ ପ୍ରୋବେସନର ମିସ୍ ଏ କେ ବିଜୟା, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହରା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, କଣାସ ବିଡ଼ିଓ , କଣାସ ତହସିଲଦାର , ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
