ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ଶତବାର୍ଷିକୀ ସମାବେଶ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ : ଆସନ୍ତା ବର୍ଷ ଜାନୁଆରୀ ୧୧ ତାରିଖରେ ତାଳବଣିଆ ସ୍ଥିତ ପାର୍କିଂସ୍ଥଳ ଠାରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନର ୧୦୪ ତମ ବର୍ଷପୂର୍ତ୍ତି ମହୋତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁରୂପେ ସମ୍ପର୍ଣ୍ଣ କରିବାକୁ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ପୂର୍ବାହ୍ନରେ ସର୍କିଟ ହାଉସଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲ୍ଲାପାଳ (ପ୍ରୋଟୋକଲ) ନିଳମାଧବ ଭୋଇ ଅଧ୍ୟକ୍ଷତା କରିବା ସହ ବିଗତ ବର୍ଷ ମାନଙ୍କଭଳି ଚଳିତବର୍ଷର ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଦାୟିତ୍ୱ ସୁଚାରୁ ରୁପେ ନିର୍ବାହ ପାଇଁ ପରାମର୍ଶ ଦେଇଥିଲେ। ଆଇନ ଶୃଙ୍ଖଳାରକ୍ଷା, ଟ୍ରାଫିକ ନିୟନ୍ତ୍ରଣ, ପାର୍କିଂ ବ୍ୟବସ୍ଥା, ପରିଷ୍କାର ପରିଛନ୍ନତା, ପାନୀୟ ଜଳବ୍ୟବସ୍ଥା, ସ୍ୱାସ୍ଥ୍ୟ ଓ ପରିମଳବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା,ବିଦ୍ୟୁତ ବ୍ୟବସ୍ଥା, ବ୍ୟାରିକେଡ ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ଚୁଡାନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଥିଲା। ସ୍ମୃତି ମହୋତ୍ସବ କମିଟିର ସମ୍ପାଦକ ଡା ହୃଷିକେଶ ସେନାପତି ଜାନୁଆରୀ ୧୧ ତାରିଖ ସମ୍ମିଳନୀର କାର୍ଯ୍ୟସୂଚୀ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ବୈଠକରେ ପୁରୀ ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଡେପୁଟ କଲେକ୍ଟର ପ୍ରିୟଦର୍ଶନୀ ମଲ୍ଲିକ, ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଉତ୍ସବ କମିଟିର ସହ ସମ୍ପାଦକ ତଥା ସହ ପ୍ରତି ଋତ୍ଵିକ ନିରଞ୍ଜନ ବେହେରା,ସହସଭାପତି ଡମ୍ବରୁଧର ଦାସ, ଆଶିଷ କୁମାର ସୁବୁଦ୍ଧି, ସ୍ୱାଇଁ ଶ୍ରୀ ନୃସିଂହ ଶ୍ରୀଚନ୍ଦନ, ଅରୁଣ କୁମାର ସାହୁ , ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସତସଙ୍ଗ ର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇଥିଲେ।

Share the News .....

Leave a Reply

Your email address will not be published. Required fields are marked *