ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ।


ପୁରୀ : ଚଳିତ ବର୍ଷ ଅକ୍ଟୋବର ୨୭ ତାରିଖ ଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶ ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ଅବସରରେ ଆଜି ଅପରାହ୍ନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତ ଙ୍କୁ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ କରାଇଥିଲେ।ଦୁର୍ନୀତି ବିକାଶ ର ମୁଖ୍ୟ ବାଧକ।ସରକାର ଦୁର୍ନୀତି ପ୍ରତି ଶୂନ୍ୟ ସହନଶୀଳତା ନେଇ କାର୍ଯ୍ୟ କରୁଛନ୍ତି।କୌଣସି ଦୁର୍ନୀତିଗ୍ରସ୍ତ ଛାଡିବନି ବା କ୍ଷମା ଦେବ ନାହିଁ।ତେଣୁ ସମ୍ମିଳିତ ଭାବେ ରାଜ୍ୟର ଉନ୍ନତି ପାଇଁ ଦୁର୍ନୀତି ର ମୂଳୋତ୍ପାଟନ କରି ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ। ଓସୱ୍ବାନ କନଫେରେନ୍ସ କକ୍ଷରେ ଅନୁଷ୍ଠିତ ଏହି ଶପଥ ପାଠରେ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,
ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ ଡେପୁଟି କଲେକ୍ଟର ଅନୁସ୍ରବ ଗନ୍ତାୟତ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଓ ଅନ୍ୟାନ୍ୟ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ହୋଇ ଶପଥ ପାଠ କରିଥିଲେ।

Share the News .....

Leave a Reply

Your email address will not be published. Required fields are marked *